ଆହୁରି ୪୮ ଘଣ୍ଟା ବର୍ଷିବ, ଆଜି ରାଜ୍ଯର ୧୧ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ବର୍ଷା । ଆହୁରି ୪୮ ଘଣ୍ଟା ବର୍ଷିବ । ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଓଡ଼ିଶା ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏବେ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୪୮ ଘଣ୍ଟା ଭିତରେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବ ।

୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୧୩ ଜିଲ୍ଲାରେ ପ୍ରବଳ ବର୍ଷିବ । ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୋନପୁର, ଅନୁଗୁଳ, ନୂଆପଡ଼ା ଓ ବଲାଙ୍ଗୀର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.