ରାଜ୍ୟର ବିଭିନ୍ନ ସ୍ଥାନରେ ଛେଚିବ ବର୍ଷା, ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ପୁରୀ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି ।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିଛି । ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମେଘୁଆ ପାଗ ଥିବା ନେଇ ସାଟେଲାଇଟ୍‌ ଇମେଜ୍‌ରେ ଦେଖିବାକୁ ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.