ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା, ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ପବନ ସହିତ ଘଡଘଡି ଓ ବର୍ଷା ହୋଉଥିବାର ଦେଖିବାକୁ ମିଳିଛି । ତେବେ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଏହାର ବିତ୍ପାତ ଅନୁଭୂତ ହେବ। ଏହି ସମୟରେ ବିଜୁଳି, ଘଡ଼ଘଡ଼ି ସହ ପବନର ବେଗ ବଢ଼ିବ। ଆସନ୍ତାକାଲି ପବନର ବେଗ ଅଧିକ ରହିବ। ମୟୂରଭଞ୍ଜ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଦିନ ପାଇଁ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.