Below header

କେନ୍ଦୁଝର: ଗାଧୋଇବା ବେଳେ ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଚାଲିଗଲା ଯୁବକଙ୍କ ଜୀବନ

କେନ୍ଦୁଝର(କେନ୍ୟୁଜ୍): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ହାଲପୋଡି ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।ମୃତକ ଜଣକ ହେଲେ ଗୋଲକ ବିହାରୀ ସାହୁ।ବୟସ ୪୭ ବର୍ଷ।ଘରେ ଆଜି ପୂର୍ବାହ୍ନ ୧୦ଟା ବେଳେ ଗାଧୋଉଥିବା ବେଳେ ଟୁଲୁ ପମ୍ପକୁ ସଂଯୋଗ କରୁଥିବା ଝୁଲନ୍ତା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ।

ଫଳରେ ସେ ଚେତାଶୂନ୍ୟ ହୋଇପଡିଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକକୂଳ ପରିବେଶ ସୃଷ୍ଟି କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.