ମୋହନା(କେନ୍ୟୁଜ୍): ଗଜପତି ଜିଲ୍ଲା ମୋହନା ଥାନା କାମ୍ପଗୁଡା ଗାଁ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ପଥରଗଡ ଗାଁର ଲାବଣ୍ୟ କାର୍ଜୀ(୪୫) । ଗୁରୁବାର ଲାବଣ୍ୟ କାମ୍ପଗୁଡା ଗାଁର ଜଣେ ବ୍ୟକ୍ତିଙ୍କ ଘର ଛପର କରିବାକୁ ଯାଇଥିଲେ। ଘର ଛପର ପରେ ସନ୍ଧ୍ୟାରେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ପୋଖରୀର ଗୋଟିଏ ମୁଣ୍ଡରୁ ଅନ୍ୟ ମୁଣ୍ଡକୁ ପହଁରି ଯାଉଥିବା ବେଳେ ମଝି ପୋଖରୀରେ ବୁଡି ଯାଇଥିଲେ।
ଗାଁ ଲୋକେ ଖୋଜାଖୋଜି କରିବା ସହ ମୋହନା ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଶୁକ୍ରବାର ପୋଖରୀରୁ ଲାବଣ୍ୟଙ୍କ ମୃତ ଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ମୋହନା ପୋଲିସ୍ ଥାନା କେସ୍ ନଂ 9/22 ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ମୃତଦେହ ବ୍ୟବଛେଦ କରିବା ପାଇଁ ବ୍ରହ୍ମପୁର mkcg ମେଡିକାଲ କୁ ପଠାଇଛି ।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…