ବାଇକ୍‌ ଉପରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର(କେନ୍ୟୁଜ୍): ବାଇକ୍‌ ଉପରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର। ଏଭଳି ଏକ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଅରିଗାଁରେ। ଏଯାଏ ଯୁବକଙ୍କ ପରିଚୟ ମିଳି ପାରି ନାହିଁ। ଗତକାଲି ବିଳମ୍ବିତ ରାତିରେ ଅରିଗାଁ ମୁଖ୍ୟରାସ୍ତା ଉପରେ ଏକ ବାଇକ୍‌ ଉପରେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।

ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପୋଲିସ୍ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କୁ କିଏ ଓ କାହିଁକି ଏଭଳି ନିର୍ମମ ହତ୍ୟା କରି ଫୋପାଡ଼ି ଦିଆଯାଇଛି ତାହା ଏବେ ସନ୍ଦେହ ଘେରରେ। ପୋଲିସ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.