ରାଜ୍ୟ

ଧର୍ମକୁ ନେଇ ସୋସିଆଲ ମିଡିଆରେ କଟୁ ମନ୍ତବ୍ୟ ଦେଇ ଯୁବକ ଗିରଫ

ମୋହନା(କେନ୍ୟୁଜ୍):ଧର୍ମକୁ ନେଇ ସାମାଜିକ ଗଣମାଧ୍ୟମରେ କଟୁ ମନ୍ତବ୍ୟ ଦେବା ସହ ସାମ୍ପ୍ରଦାୟିକ ବିଭେଦ ସୃଷ୍ଟି କରୁଥିବା ଅଭିଯୋଗରେ ଯୁବକ ଗିରଫ। ଏନେଇ ଏକ ଅଭିଯୋଗ ପତ୍ର ଆଜି ଗଜପତି ଜ଼ିଲ୍ଲା ଆର. ଉଦୟଗିରି ଗ୍ରାମବାସୀଙ୍କ ପକ୍ଷରୁ ସ୍ଥାନୀୟ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କୁ ପ୍ରଦାନ କରାଯାଇଥିଲା। ଅଭିଯୋଗ ପାଇ ପୋଲିସ ଅଭିଯୁକ୍ତ ମାନସ ସାମଲକୁ ଗିରଫ କରିଛି।

ସୂଚନା ପ୍ରକାରେ ନାରାୟଣପୁରରୁ ଆସି ଆର.ଉଦୟଗିରି ଗ୍ରାମରେ ବାସ କରୁଥିବା ମାନସ ସାମଲ ନାମକ ଜଣେ ଯୁବକ ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ତଥା କୋଟି କୋଟି ଓଡ଼ିଆଙ୍କ ପ୍ରାଣପିଣ୍ଡ ମହାପ୍ରଭୁ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଅସଭ୍ୟ ଏବଂ ଅଶାଳୀନ ମନ୍ତବ୍ୟ ଦେଇଛନ୍ତି ।ଏହା ଓଡ଼ିଆ ମାନଙ୍କ ଧାର୍ମିକ ଭାବନାକୁ ଆଘାତ ଦେଇଥିବା ପ୍ରତିବାଦରେ ଆଜି ଆର. ଉଦୟଗିରି ଗ୍ରାମବାସୀଙ୍କ ପକ୍ଷରୁ ଏକ ଅଭିଯୋଗ ପତ୍ର ଦିଆଯିବା ସହ ଆଇନ ଅନୁଯାୟୀ ସମ୍ପୃକ୍ତ ଯୁବକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହୋଇଥିଲା।

ଏନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ସାମାଜିକ ଗଣମାଧ୍ୟମରୁ ଉକ୍ତ ପୋଷ୍ଟଟିକୁ ହଟାଇଦେଇଛନ୍ତି ସମ୍ପୃକ୍ତ ଯୁବକ । ପୋଲିସ ଏହି ଘଟଣାରେ ଅଭିଯୁକ୍ତ ମାନସ ସାମଲକୁ ଗିରଫ କରି ଆର. ଉଦୟଗିରି ସବ୍ ଜେଲକୁ ପଠାଇଛି। ଏନେଇ ସୂଚନା ଦେଇଛନ୍ତି  SDPO ଦିଲ୍ଲୀପ କୁମାର ନାୟକ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago