ଫ୍ୟାନ୍ ସଜାଡୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବତୀ ମୃତ

ଆନନ୍ଦପୁର(କେନ୍ଯୁଜ୍): ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବତୀ ମୃତ । ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ବନିକା ଗ୍ରାମରେ । ଗ୍ରାମ ର ଶାନ୍ତନୁ ଦାସଙ୍କ ଝିଅ ମାମା ଦାସ ଗତକାଲି ରାତିରେ ଫ୍ୟାନ ସଜାଡୁଥିବା ବେଳେ ବିଦ୍ୟୁତ ଆଘାତ ଲାଗିଥିଲା । ଫଳରେ ସେ ଗୁରୁତର ଆହତ ହୋଇଥିଲେ ‌ ।

ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଘସିପୁରା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.