Below header

ଘଟଗାଁରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ହତ୍ୟା

କେନ୍ଦୁଝର ଜିଲ୍ଲା ଘଟଗାଁରେ ଯୁବକଙ୍କୁ ନିର୍ମମ ହତ୍ୟା । ଢେଙ୍କିକୋଟ ଖଣ୍ଟଘର ଗାଁରେ ଯୁବକଙ୍କୁ ହତ୍ୟା ଅଭିଯୋଗ। ଗତକାଲି ରାତି ପ୍ରାୟ ୧୨ଟାରେ ଗୁରୁତର ଅବସ୍ଥାରେ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।

ଘଟଗାଁ(କେନ୍ୟୁଜ): କେନ୍ଦୁଝର ଜିଲ୍ଲା ଘଟଗାଁରେ ଯୁବକଙ୍କୁ ନିର୍ମମ ହତ୍ୟା । ଢେଙ୍କିକୋଟ ଖଣ୍ଟଘର ଗାଁରେ ଯୁବକଙ୍କୁ ହତ୍ୟା ଅଭିଯୋଗ। ଗତକାଲି ରାତି ପ୍ରାୟ ୧୨ଟାରେ ଗୁରୁତର ଅବସ୍ଥାରେ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।

ଯୁବକ ଜଣଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଯୁବକ ଜଣଙ୍କୁ କିଏ ଓ କାହିଁକି ହତ୍ୟା କରିଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡିନାହିଁ । ଘଟଣା ସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିବା ସହିତ ସାଇଟିଫିକ୍ ଟିମ୍ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.