ଉତ୍ତରପ୍ରଦେଶ ଗଣଦୁଷ୍କର୍ମ ଘଟଣାରେ ଯୁବ କଂଗ୍ରେସ ପକ୍ଷରୁ ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ଓ ଯୋଗୀଙ୍କ କୁଶପୁତ୍ତଳିକା ଦାହ

ଯାଜପୁର(କେନ୍ୟୁଜ୍‌): ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଦେଶ ବ୍ୟାପି ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହିକ୍ରମରେ ଆଜି ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଠାରେ ବଡ଼ଚଣା ଯୁବ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ନାରୀଙ୍କୁ ସୁରକ୍ଷା ଦେବାରେ ବିଫଳ ହୋଇ ଥିବା କେନ୍ଦ୍ର ସରକାର ଓ ଉତ୍ତରପ୍ରଦେଶ ସରକାର ତୁରନ୍ତ ଇସ୍ତଫା ଦିଅନ୍ତୁ। ନଚେତ ଆଗାମୀ ଦିନରେ ଯୁବ କଂଗ୍ରେସ ପକ୍ଷରୁ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ଚେତାବନୀ ଦିଆଯାଇଛି। ଯାଜପୁର ଜିଲ୍ଲା ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଚର୍ଚ୍ଚିତ ମାହାଲାଙ୍କ ନେତୃତ୍ୱରେ କର୍ମୀମାନେ କେନ୍ଦ୍ର ବିରୋଧୀ ନାରାବାଜି ସହ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.