ରାଜ୍ୟ

ନବରଙ୍ଗପୁର ଘୁମରେଶ୍ୱର ଶୈବପୀଠରେ ଅଘଟଣ: ସେଲ୍ଫି ନେବାବେଳେ ଜଳ ପ୍ରପାତରେ ପଡି ଯୁବକ ନଖୋଜ

ନବରଙ୍ଗପୁର(କେନ୍ୟୁଜ୍):ସେଲଫି ନେବା ହେଲା କାଳ । ପାଣିରେ ଖସି ଯୁବକ ନିଖୋଜ । ଜଳ ପ୍ରପାତ ନିକଟରେ ସେଲ୍ଫି ନେବାବେଳେ ଗୋଡ ଖସି ଅକାତ ପାଣିରେ ପଡି ନଖୋଜ ହୋଇଥିବା ସୂଚନା ମିଳିଛି । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ସଦର ପଞ୍ଚାୟତ ଘୁମରେଶ୍ୱର ଶୈବପୀଠରେ ଅଘଟଣ । ନିଖୋଜ ଯୁବକ ବୋରିଗୁମ୍ମା ବ୍ଲକ ଡେଙ୍ଗପଦର ପଞ୍ଚାୟତ କୃଷ୍ଣଗୁଡା ଗାଁର ହରିବନ୍ଧୁ ଗୌଡ । କିଛି ସାଙ୍ଗଙ୍କ ସହ ହରିବନ୍ଧୁ ପୀଠ ବୁଲିବାକୁ ଆସିଥିଲେ ।

ପୀଠରେ ଦର୍ଶନ ସାରି ଜଳ ପ୍ରପାତ ନିକଟରେ ସେଲଫି ନେଉଥିବା ବେଳେ ପାଣିରେ ଗୋଡ ଖସି ଯାଇଥିଲା । ପରେ ଏନେଇ ସାଙ୍ଗ ମାନେ ପରିବାର ଲୋକଙ୍କୁ ଜଣାଇଥିଲେ । ଖବର ପାଇ ତେନ୍ତୁଳିଖୁଣ୍ଟି ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧ ଯୁବକଙ୍କ କୌଣସି ପତ୍ତା ମିଳିନି । ଘଟଣା ନେଇ ପରିବାର ଲୋକ ତେନ୍ତୁଳିଖୁଣ୍ଟି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ୍‌ ।

Sonalisa

Recent Posts

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

17 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

20 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

27 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି, ଡାକ୍ତର କଲେ ମୃତ ଘୋଷଣା

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

29 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

1 hour ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

1 hour ago