ରାଜ୍ୟ

କରୋନାରେ ଆଖି ବୁଜିଲେ ଆଉ ଜଣେ ଯୋଦ୍ଧା, ଯୁବ ସାମ୍ବାଦିକ ସତ୍ୟଜିତ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର(କେନ୍ୟୁଜ୍): ପରଲୋକରେ  ଯୁବ ସାମ୍ବାଦିକ ସତ୍ୟଜିତ ମହାପାତ୍ର । କୋଭିଡରେ ସଂକ୍ରମିତ ହୋଇ ୪୪ ବର୍ଷ ବୟସରେ ଆଖି ବୁଜିଛନ୍ତି  ସତ୍ୟଜିତ । ଇଂରାଜୀ ଦୈନିକ ଖବର କାଗଜ ଦ କମନ ଟାଇମ୍ସର ସମ୍ପାଦକ ଭାର ତୁଲାଇଥିଲେ ସତ୍ୟଜିତ ମହାପାତ୍ର । କୋଭିଡ଼ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲରେ ମାସେ ହେଲା ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ଜନ୍ମ ନେଇଥିଲେ ସତ୍ୟଜିତ। ଭୁବନେଶ୍ବରର ଉତ୍କଳ ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ଶିକ୍ଷା ପରେ ସାମ୍ବାଦିକତାକୁ ପେଶା ଭାବେ ଆପଣାଇନେଲେ । ଏବେ ଭୁବନେଶ୍ୱରରୁ ପ୍ରକାଶିତ ‘ଦ କମନ ଟାଇମ୍ସ’ ଇଂରାଜୀ ଖବରକାଗଜର ସମ୍ପାଦକ ଭାବେ କାର୍ଯ୍ୟ କରୁଥିଲେ ସତ୍ୟଜିତ।

ଗତ କିଛି ମାସ ତଳେ ସତ୍ୟଜିତ ଓ ତାଙ୍କ ପତ୍ନୀ ଭୁବନେଶ୍ବରରେ କରୋନା ଟୀକାର ଦୁଇଟି ଯାକ ଡୋଜ ନେଇଥିଲେ l  ତେବେ ଉଭୟ ମାସେ ତଳେ କରୋନା ସଂକ୍ରମିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ନିକଟରେ ତାଙ୍କ ସ୍ତ୍ରୀ ମଧ୍ୟ କୋଭିଡରୁ ସୁସ୍ଥ ହୋଇ ଡାକ୍ତରଖାନାରୁ ଘରକୁ ଫେରିଥିଲେ।ମାତ୍ର ସତ୍ୟଜିତଙ୍କ ସ୍ୱାସ୍ଥ୍ୟରେ ଅବନତି ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।  ସତ୍ୟଜିତଙ୍କ ଫୁସଫୁସ ଅଧିକ ଆକ୍ରାନ୍ତ ହୋଇଥିବାରୁ ପରେ ତାଙ୍କୁ ଭେଣ୍ଟିଲେଟରରେ ରଖି ଚିକିତ୍ସା କରାଯାଉଥିଲା l ତେବେ ଡାକ୍ତର ନର୍ସଙ୍କ ସମସ୍ତ ଚେଷ୍ଟା ଆଜି ବିଫଳ ହୋଇଥିଲା। ସତ୍ୟଜିତଙ୍କ ଦେହାନ୍ତରେ ସାମ୍ବାଦିକ ଜଗତ ଓ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

12 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

14 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

55 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago