ରାଜ୍ୟ

ଭୁବନେଶ୍ୱରରେ ପହଁଞ୍ଚିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନ ମୋହନ ରେଡ୍ଡୀ, ମୁଖ୍ୟମନ୍ତ୍ରୀଙ୍କୁ କରିବେ ଭେଟ

କେନ୍ୟୁଜ୍(ବ୍ୟୁରୋ):  ଭୁବନେଶ୍ୱରରେ ପହଁଞ୍ଚିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନ ମୋହନ ରେଡ୍ଡୀ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଜଗନ ମୋହନ । ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ ।  ବତ୍ତର୍ତ୍ତମାନ ଅତିଥି ଭବନରେ  ପହଞ୍ଚିଛନ୍ତି ଜଗନମୋହନ।

ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପୂର୍ବରୁ ଦୁଇ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା ହୋଇଛି । ଅନ୍ୟ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଅଛନ୍ତି । ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେଉଛି । ଲୋକସେବା ଭବନରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ସଂଧ୍ୟା ସାଢେ ୫ଟାରେ ଲୋକସେବା ଭବନରେ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ । ଆଲୋଚନା ଏଜେଣ୍ଡାରେ ସ୍ଥାନ ପାଇପାରେ କୋଟିଆ, ବଂଶଧାରାରେ ନେରେଡି ବ୍ୟାରେଜ ଓ ପୋଲାଭରମ ପ୍ରସଙ୍ଗ। ସୀମା ବିବାଦ ସହ ଅନ୍ତଃରାଜ୍ୟ ଜଳ ବିବାଦ ତୁଟାଇବାକୁ ମିଳିତ ଟାସ୍କ ଫୋର୍ସ ହୋଇପାରେ ବୋଲି କୁହାଯାଉଛି ।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

19 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

38 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

46 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago