ଓଡ଼ିଶାର ଆଉ ଦୁଇଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ, ଜାଣନ୍ତୁ କେଉଁଠି ହେଲା ଆରମ୍ଭ

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ପବିତ୍ର ମକର ସଂକ୍ରାନ୍ତିରେ ଓଡ଼ିଶାର ଆଉ ଦୁଇଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି । ଇସ୍ପାତ ସହର ରାଉରକେଲା ଓ ରେଶମ ସହର ବ୍ରହ୍ମପୁରରେ ଏହି ସେବା ଆଜି ଆରମ୍ଭ ହୋଇଛି । ଏହା ପୂର୍ବରୁ ଗତ ୫ ତାରିଖରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିଲା ।

ଜାତୀୟ ସ୍ତରରେ ଜିଓ ପକ୍ଷରୁ ଆଜି ଛତିଶଗଡ଼, ବିହାର ଓ ଝାଡ଼ଖଣ୍ଡ ରାଜ୍ୟରେ ଜିଓ ଟ୍ରୁ-୫ଜି ସେବା ଶୁଭାରମ୍ଭ କରାଯିବା ସହ ଦେଶର ୮ଟି ରାଜ୍ୟର ୧୬ଟି ନୂଆ ସହରରେ ଜିଓ ଟ୍ରୁ-୫ଜି ସେବା ଉପଲବ୍ଧ ହୋଇଛି । ଓଡ଼ିଶାର ରାଉରକେଲା ଓ ବ୍ରହ୍ମପୁର ସହର ସମେତ ଛତିଶଗଡ଼ର ରାୟପୁର, ଦୁର୍ଗ ଓ ଭିଲାଇ, ବିହାରର ପାଟ୍ନା ଓ ମୁଜାଫରପୁର, ଝାଡ଼ଖଣ୍ଡର ରାଂଚି ଓ ଜାମସେଦପୁର, କର୍ଣ୍ଣାଟକର ବିଜାପୁର, ଉଡୁପି, କଲବୁର୍ଗି ଓ ବେଲାରି, କେରଳର କୋଲାମ, ଆନ୍ଧ୍ରପ୍ରଦେଶର ଇଲୁରୁ ଏବଂ ମହାରାଷ୍ଟ୍ରର ଅମରାବତୀ ସହରରେ ଆଜିଠାରୁ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି ।

ଜାନୁଆରି ୧୪ ତାରିଖରୁ ରାଉରକେଲା ଓ ବ୍ରହ୍ମପୁର ସହରର ଜିଓ ଗ୍ରାହକମାନଙ୍କୁ ଜିଓ ୱେଲକମ୍ ଅଫରରେ ଆମନ୍ତ୍ରଣ କରାଯିବ, ଯାହା ଦ୍ୱାରା ସେମାନେ ବିନା ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସରୁ ଅଧିକ ସ୍ପିଡ୍ର ୫ଜି ଡାଟା ହାସଲ କରି ପାରିବେ ।

ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସହ ଏହି ଅଂଚଳର ଗ୍ରାହକମାନେ ଶ୍ରେଷ୍ଠ ଟେଲିକମ୍ ଯୋଗାଯୋଗ ସେବା ପାଇବା ସହ ଇ-ଗଭର୍ଣ୍ଣାସ, ଶିକ୍ଷା, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ, ସ୍ୱାସ୍ଥ୍ୟ ସେବା, କୃଷି, ଆଇଟି ଓ ଏସ୍ଏମ୍ଇ ଆଦି କ୍ଷେତ୍ରରେ ବ୍ୟାପକ ସୁଯୋଗ ପାଇପାରିବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.