ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍‌

ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୦୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୦୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୦୦ ଟଙ୍କା ଓ ୫୦,୦୭୦ ଟଙ୍କା ଛୁଇଁଛି।

gold price todayଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୦୫୦ ଟଙ୍କା ଓ ୪୯,୦୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୫୦ ଟଙ୍କା ଓ ୫୨,୪୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୩୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୫୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୧୦ ଟଙ୍କା ଓ ୫୧,୫୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୬,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Leave A Reply

Your email address will not be published.